ଅନୁମାନ ସତ ହେଲା, ଦଶହରାରେ ହେବ ପ୍ରବଳ ବର୍ଷା, ୨୧ରେ ଲଘୁଚାପ

Odisha Hot News
1 Min Read

ଭୁବନେଶ୍ବର: ଯାହା ପୂର୍ବରୁ ଅନୁମାନ କରାଯାଉଥିଲା ତାହା ସତ ହେଲା। ଦଶହରାକୁ ଏଥର ହେବ ପ୍ରବଳ ବର୍ଷା। ଏ ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଏଥିରେ କୁହାଯାଇଛି ଯେ,  ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବ।

ଆସନ୍ତା ୨୧ ତାରିଖ ସକାଳ ବେଳକୁ ଏହା ପ୍ରଭାବରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ୨୩ରେ ଆହୁରି ଘନୀଭୂତ ହୋଇ ଅବପାତ ରୂପ ନେବ। ତେବେ ଏହା ବାତ୍ୟା ହେବ କି ନାହିଁ ବର୍ତ୍ତମାନ କହିହେବ ନାହିଁ ବୋଲି ପାଣିପାଗ ବିଭାଗ କହିଛି।

Share This Article