ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

Odisha Hot News
1 Min Read

ଭୁବନେଶ୍ୱର: ଆଜି ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଯାଇଛି। ସ୍ୱରୂପଙ୍କ ଦେହାନ୍ତ ଯୋଗୁଁ ଓଡିଆ ସଙ୍ଗୀତ ତଥା ଚଳଚ୍ଚିତ୍ର ଜଗତ ପାଇଁ ଅପୂରଣୀୟ କ୍ଷତି ହୋଇଛି। ତାଙ୍କ ବିୟୋଗରେ ଅନେକ ବିଶିଷ୍ଟ ବ୍ୟକ୍ତିମାନେ ଦୁଃଖ ପ୍ରକାଶ କରିଛନ୍ତି। ସ୍ୱରୂପଙ୍କ ପରଲୋକ ଖବର ଶୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି।

୧୯୪୭ ମସିହା ଫେବୃଆରି ୮ ତାରିଖରେ ସେ କଟକଠାରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୬୨ରେ ମୁକ୍ତିପ୍ରାପ୍ତ ‘ଜୟଦେବ’ ଚଳଚ୍ଚିତ୍ରରେ ଶିଶୁ କଳାକାର ଭାବେ ବଡ଼ ପରଦାରେ ଅଭିନୟ ଜୀବନ ଆରମ୍ଭ କରିଥିଲେ। ସ୍ୱରୂପ ପଟ୍ଟନାୟାକ ୫୪ ଟି ଓଡିଆ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ସେ ଏକାଧାରରେ ସଂଗୀତ ନିର୍ଦ୍ଦେଶକ, ଗୀତିକାର, କଣ୍ଠଶିଳ୍ପୀ ତଥା ଅଭିନେତା ମଧ୍ୟ ଥିଲେ। ସ୍ୱରୂପ ପଟ୍ଟନାୟକ କର୍କଟ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବାର ଖବର ରହିଛି। ସେ ଫୁସଫୁସ କର୍କଟ ରୋଗରେ ପୀଡିତ ଥିବା ସୂଚନା ରହିଛି।

Share This Article