ଲକ୍‌ଡାଉନ୍‌ ସମୟରେ ଜାରି ରହିବ କୃଷି, ମନରେଗା କାର୍ଯ୍ୟ; ସାମାଜିକ ଦୂରତ୍ୱ ରକ୍ଷା ଉପରେ ଦିଆଯିବ ଗୁରୁତ୍ୱ

Odisha Hot News
1 Min Read

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଗାଯାଇଥିବା ୨୧ ଦିନିଆ ଲକ୍‌ଡାଉନ୍‌ ଅବଧି ଆସନ୍ତା ଏପ୍ରିଲ ୧୪ ତାରିଖରେ ଶେଷ ହୋଇଥାନ୍ତା। ହେଲେ ଏହାକୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ବସିଥିବା କ୍ୟାବିନେଟ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ସୂଚନା ଦେଇଛନ୍ତି।

ଏହାଛଡ଼ା ମୁଖ୍ୟମନ୍ତ୍ରୀ କହିଛନ୍ତି, ବାହାରେ ତଥା ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆମାନଙ୍କ ଯତ୍ନ ନେବା ପାଇଁ ସେସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ସରକାର ମଧ୍ୟ ଓଡ଼ିଶାରେ ରହିଯାଇଥିବା ଅନ୍ୟ ରାଜ୍ୟର ଶ୍ରମିକମାନଙ୍କ ଯତ୍ନ ନେଉଛନ୍ତି। ଏହି ସମୟରେ କୃଷି କାର୍ଯ୍ୟ ଜାରି ରହିବ। ଗରିବ ଲୋକଙ୍କୁ ରୋଜଗାର ଏନ୍‌ଆର୍‌ଜିଏସ୍‌(ମନରେଗା) କାର୍ଯ୍ୟକ୍ରମ ଜାରି ରହିବ। କିନ୍ତୁ ଏଥିରେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ଲୋକଙ୍କ ଖାଦ୍ୟ ନିରାପତ୍ତା ରାଜ୍ୟ ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଲକ୍‌ଡାଉନ୍‌ ସମୟରେ ଯେପରି ମାଲ୍‌ ପରିବହନରେ ବାଧା ସୃଷ୍ଟି ନହୋଇଛି ସେଥିପ୍ରତି ସରକାର ପଦକ୍ଷେପ ନେଇଛନ୍ତି ବୋଲି ସେ କହିଛନ୍ତି।

Share This Article
Leave a Comment