ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପରିସୀମା ଅନ୍ତର୍ଗତ ସାଂସଦମାନଙ୍କ ସହିତ ରେଳମଣ୍ଡଳ ସ୍ତରୀୟ ବୈଠକ

Odisha Hot News
1 Min Read

ଖୋର୍ଦ୍ଧା: ରେଳବାଇ ବିଷୟବସ୍ତୁ ସମ୍ବନ୍ଧରେ ଆଜି ଭୁବନେଶ୍ୱର ଠାରେ ପୂର୍ବତଟ ରେଳପଥ ପକ୍ଷରୁ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପରିସୀମା ଅନ୍ତର୍ଗତ ସମ୍ମାନୀୟ ସାଂସଦ ମାନଙ୍କ ସହିତ ରେଳମଣ୍ଡଳ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ସମ୍ମାନନୀୟ/ସମ୍ମାନୀୟା ସାଂସଦ ଭର୍ତ୍ତୃହରି ମହତାବ, ଚନ୍ଦ୍ରଶେଖର ସାହୁ, ମହେଶ ସାହୁ, ପିନାକୀ ମିଶ୍ର, ଚନ୍ଦ୍ରାଣୀ ମୁର୍ମୁ, ମଞ୍ଜୁଲତା ମଣ୍ଡଳ, ପ୍ରମିଳା ବିଶୋଇ, ରାମ ମୋହନ ନାଇଡୁ କାଞ୍ଜିରାପୁ, ମୁଜିବୁଲ୍ଲା ଖାଁ ଏବଂ ଡ଼. ରାଜଶ୍ରୀ ମଲ୍ଲିକ ପ୍ରମୁଖ ଏହି ବୈଠକ ରେ ଯୋଗଦାନ କରିଥିଲେ। ଏହା ବ୍ୟତୀତ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ଶର୍ମିଷ୍ଠା ସେଠୀ ଏବଂ ଅଚ୍ୟୁତାନନ୍ଦ ସାମନ୍ତଙ୍କ ପ୍ରତିନିଧିମାନେ ମଧ୍ୟ ଏହି ଅବସରରେ ଯୋଗଦାନ କରିଥିଲେ।

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମାଙ୍କ ସହିତ ପୂର୍ବତଟ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀ ଏବଂ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଏଚ ଏସ ବଜ୍ଵା ଏହି ବୈଠକ ରେ ମଧ୍ୟ ଉପସ୍ଥିତ ଥିଲେ। ବହୁ ଗଠନମୂଳକ ଚିନ୍ତାଧାରା, ମୂଲ୍ୟବାନ ଉପଦେଶ ଏବଂ ରେଳବାଇ ସମ୍ବନ୍ଧରେ ସାର୍ବଜନୀନ ଦାବିଗୁଡିକ ସମ୍ମାନୀୟ ସାଂସଦ ଓ ସେମାନଙ୍କର ପ୍ରତିନିଧି ମାନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିଲା। ଏଗୁଡିକ ହେଲା – ରେଳବାଇ ନେଟୱର୍କର ଉନ୍ନତିକରଣ ପ୍ରସଙ୍ଗ, ଜନସାଧାରଣଙ୍କ ଆକାଂକ୍ଷା ଓ ଦାବି ଏବଂ ପୂର୍ବତଟ ରେଳପଥର କାର୍ଯ୍ୟ ପ୍ରଣାଳୀ ସମ୍ବନ୍ଧରେ ସମୀକ୍ଷା କରାଯାଇଥିଲା।

Share This Article