ଚତୁର୍ଥ ଦିନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା

Odisha Hot News
2 Min Read

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଆଜି ଚତୁର୍ଥ ଦିନରେ ଅନୁଷ୍ଠିତ ହୋଇଯାଇଛି। ଆଦିବାସୀ ବହୁଳ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ସଂକଳ୍ପ ଯାତ୍ରା ଆୟୋଜନ କରାଯାଇଛି। ଏହି ଅବସରରେ ସଚେତନତା ରଥ ବ୍ଲକର ବିଭିନ୍ନ ପଞ୍ଚାୟତରେ ପହଞ୍ଚି କେନ୍ଦ୍ର ସରକାରଙ୍କ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସହିତ କିଛି ହିତାଧିକାରୀଙ୍କୁ ସହାୟତା ବିତରଣ କରିଛି। ହିତାଧିକାରୀମାନେ ଯୋଜନାର ଲାଭ ସମ୍ପର୍କରେ ସେମାନଙ୍କର ଅନୁଭୂତି ବଖାଣିବା ସହିତ ସହାୟତା ପାଇଁ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ଜିଲ୍ଲାର ଖଇରପୁଟ ବ୍ଲକ୍ କଦମଗୁଡ଼ା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଦିବାସୀ ହିତାଧିକାରୀଙ୍କୁ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନତା କରାଯିବା ସହ ସେମାନଙ୍କୁ ସହାୟତା ବିତରଣ କରାଯାଇଥିଲା। କିଛି ହିତାଧିକାରୀ ଯୋଜନାର ଲାଭ ସମ୍ପର୍କରେ ସେମାନଙ୍କର ମତ ରଖିଥିଲେ।

ସେହିପରି ଆଦିବାସୀ ଅଧ୍ୟୁଷିତ କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ ବ୍ଲକ ଭୂର୍ତ୍ତିଗଡ଼ ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରାର ସଚେତନତା ରଥ ବିଭିନ୍ନ ସ୍ଥାନରେ ସ୍ୱାଗତ କରାଯାଇଛି। ସଂକଳ୍ପ ଯାତ୍ରାର ପଦାଧିକାରୀମାନେ ହିତାଧିକାରୀଙ୍କୁ ସଚେତନ କରିବା ସହିତ ସେମାନଙ୍କୁ ପଞ୍ଜୀକରଣ ଓ ସହାୟତା ବିତରଣ କରିଛନ୍ତି। ଏହି ଅବସରରେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଉଜ୍ଜ୍ୱଳା ଯୋଜନା, କୃଷି ସଂକ୍ରାନ୍ତ ବିଭିନ୍ନ ଯୋଜନା ସମ୍ପର୍କରେ ହିତାଧିକାରୀଙ୍କୁ ସଚେତନ କରାଯାଇଥିଲା।
ଅନ୍ୟପକ୍ଷରେ କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ପୁରୁମୁଣ୍ଡା ଏବଂ ପିପିଲିଆ ବ୍ଲକରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ସଚେତନତା ରଥ ହିତାଧିକାରୀଙ୍କୁ ସଚେତନ କରିଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ହିତାଧିକାରୀଙ୍କୁ ସଚେତନ କରାଯିବା ସହିତ ସେମାନଙ୍କର ପଞ୍ଜୀକରଣ କରାଯାଇଛି।

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାର ଶତପ୍ରତିଶତ ପ୍ରସାର ଉଦ୍ଦେଶ୍ୟରେ ଗତ ୧୫ ତାରିଖରେ ଜନଜାତୀୟ ଗୌରବ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଆରମ୍ଭ କରିଥିଲେ।

Share This Article