୯ମ ଚିଲିକା ସେଲଡକ ଲୋକକଳା ମହୋତ୍ସବ

Odisha Hot News
1 Min Read

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଶୁକ୍ରବାର ଅପରାହ୍ନରେ ଚିଲିକା ବ୍ଲକ ଅନ୍ତର୍ଗତ ବଡ଼କୁଳ ସ୍ଥିତ ଓଡ଼ିଆର୍ଟ ପରିସରରେ ୯ମ ଚିଲିକା ସେଲଡକ ଫୋଳ୍କ କାର୍ନିଭାଲ ଉଦଘାଟିତ ହୋଇଯାଇଛି।ଚଳିତ ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫ ଦିନ ବ୍ୟାପି ମହୋତ୍ସବ ପାଳିତ ହେବାକୁ ଥିବା ବେଳେ ଆଜି ପାରମ୍ପରିକ ଭାବେ ଓଡ଼ିଆର୍ଟ ଅଧ୍ୟକ୍ଷ ପ୍ରଦୋଷ ଚନ୍ଦ୍ର ମହାନ୍ତି ଉଦଘାଟନ କରିଥିଲେ।

ଦର୍ଶକଙ୍କ ମନ ମୋହିବା ପାଇଁ ଦୀର୍ଘ ପାଞ୍ଚ ଦିନ ବ୍ୟାପି ମହୋତ୍ସବରେ ଦେଶ ବିଦେଶରୁ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ ପ୍ରଥମ ସାନ୍ଧ୍ୟ ଅଧିବେଶନରେ ପୁରୀର ସାହି ଯାତ୍ରା, ଭଞ୍ଜନଗର ପଶୁ ନୃତ୍ୟ, କୋରିଆନ ମୁଖା ନୃତ୍ୟ, କଲିକତା ପୁରୁଲିଆ ଛଉ, ଆଠମଲ୍ଲିକ ମୁଖା ନୃତ୍ୟ, ଝାରଖଣ୍ଡ ଝୁମର ନୃତ୍ୟ ଦର୍ଶକଙ୍କୁ ବିମୋହିତ କରିଥିଲା।

ଆଶାତୀତ ଦର୍ଶକଙ୍କୁ ନଜରରେ ରଖି ଓଡ଼ିଆର୍ଟ ଏବଂ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।ଉକ୍ତ ମହୋତ୍ସବରେ କମିଟି ଅଧ୍ୟକ୍ଷ ସ୍ବଦେଶ ପଟ୍ଟନାୟକ,ପ୍ରତିଷ୍ଠାତା ପ୍ରସନ୍ନ କୁମାର ଦାଶ,ଉପ ସଭାପତି ନିରଞ୍ଜନ ଦାସ ଓ ସୁଧୀର ରାଉତ,ସମ୍ପାଦକ ମାନସ ରଞ୍ଜନ ପଟ୍ଟନାୟକ,କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଆଚାର୍ଯ୍ୟ,ପରିଚାଳନା ସଦସ୍ୟ କାଶୀନାଥ ବେହେରା,ସାଂସ୍କୃତିକ ସମ୍ପାଦକ ସୁଶାନ୍ତ କୁମାର ଦାଶ ପ୍ରମୁଖ ପ୍ରାଚୀନ କଳା, ସଂସ୍କୃତିର ବିକାଶ ଏବଂ ସଂରକ୍ଷଣ ସଂଗ୍ରହାଳୟର ୯ମ ବାର୍ଷିକ ଉତ୍ସବ ପାଳନ ଅବସରରେ ଯୋଗ ଦେଇଥିଲେ।

Share This Article