ଜନଗଣର ନେତା ବିରେନ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

Odisha Hot News
1 Min Read

ଭୁବନେଶ୍ୱର: ଜନଗଣର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିରେନ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ଜୟଦେବ ବିହାରସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଉପସ୍ଥିତ ରହି ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସ୍ବର୍ଗତ ମିତ୍ରଙ୍କ ସ୍ମୃତିଚାରଣ କରିଥିଲେ।

ଆଜିର ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ ଶ୍ରୀ ଲଷ୍ମୀଧର ବେହେରା,ବୀରେନ ମିତ୍ର ଫାଉଣ୍ଡେସନର ସୁଧାଂଶୁ ତ୍ରିପାଠୀ, ବିଭିନ୍ନ ସଂସ୍ଥାର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ମିତ୍ରଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

Share This Article