ପୂର୍ବତଟ ରେଳପଥ ପକ୍ଷରୁ ମହାପରିନିର୍ବାଣ ଦିବସ ପାଳନ

Odisha Hot News
1 Min Read

ଭୁବନେଶ୍ଵର: ପୂର୍ବତଟ ରେଳପଥ ପକ୍ଷରୁ ଆଜି ଏହାର ମୁଖ୍ୟାଳୟ ଭୁବନେଶ୍ୱର ସ୍ଥିତ ରେଳସଦନ ଠାରେ ଭାରତ ରତ୍ନ ବାବା ସାହେବ ଡ଼. ଭୀମରାଓ ରାମଜୀ ଆମ୍ବେଦକରଙ୍କର ମହାପରିନିର୍ବାଣ ଦିବସ ପାଳିତ ହୋଇଯାଇଅଛି। ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମାଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀମାନେ ସ୍ବର୍ଗତ ବାବା ସାହେବ ଡ଼. ବି.ଆର.ଆମ୍ବେଦକରଙ୍କୁ ପୁଷ୍ପମାଲ୍ୟ ପ୍ରଦାନକରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ରେଳପଥର ପ୍ରମୁଖ କାର୍ମିକ ଅଧିକାରୀ ଶ୍ରୀ ସିଦ୍ଧାର୍ଥ କାଟି ଏବଂ ମୁଖ୍ୟ କାର୍ମିକ ଅଧିକାରୀ (ପ୍ରଶାସନ) ସୂର୍ଯ୍ୟ ପ୍ରକାଶ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ପୂର୍ବତଟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ଖୋର୍ଦ୍ଧା ରୋଡ଼, ସମ୍ବଲପୁର ଓ ୱାଲଟିୟର ଠାରେ ମଣ୍ଡଳ ରେଳବାଇ ପ୍ରବନ୍ଧକ ମାନଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀ ମାନେ ମହାପରିନିର୍ବାଣ ଦିବସ ପାଳନ କରିବା ଅବସରରେ ବାବା ସାହେବଙ୍କ ଫୋଟୋ ଚିତ୍ରରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

Share This Article