ଟାଙ୍ଗୀ ବାଇପାସରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାଇକ ଚାଳକଙ୍କ ମୃତ୍ୟୁ

Odisha Hot News
1 Min Read

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବାଇପାସରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଯେଉଁଥିରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ଘିଟିଛି। ମୃତ ବାଇକ ଚାଳକଙ୍କ ନାମ ମନୋଜ କୁମାର ମଲିକ (୨୫) ଏବଂ ତାଙ୍କର ଘର ବାଲେଶ୍ୱର ଜିଲ୍ଲା ମାର୍କୋଣା ଅଞ୍ଚଳରେ ବୋଲି ଜଣା ପଡିଛି।

ସୂଚନା ଅନୁଯାୟୀ, ମନୋଜ ନିଜର ଜଣେ ବନ୍ଧୁଙ୍କ ସହ ବାଙ୍ଗାଲୋରରୁ ନିଜ ଘର ମାର୍କୋଣା ଆସୁଥିଲେ। ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବାଇପାସରେ ତାଙ୍କ ବାଇକଟି ଦୁର୍ଘଟଣା ଗ୍ରସ୍ତ ହୋଇ ଡ୍ରେନ ମଧ୍ୟରେ ଗଳି ପଡ଼ିଥିଲା। ଫଳରେ ମନୋଜଙ୍କର ମୁଣ୍ଡରେ ଗଭୀର କ୍ଷତ ହେବା ସହ ପ୍ରବଳ ରକ୍ତ ସ୍ରାବ ହୋଇଥିଲା।

ମନୋଜଙ୍କୁ ଟାଙ୍ଗୀ ଅଗ୍ନିଶମ ବାହିନୀ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦରେ ଭର୍ତ୍ତି କରିଥିଲା। ହେଲେ ଡାକ୍ତର ମନୋଜଙ୍କୁ ମୃତ ଘୋଷଣା କରିଥିଲେ। ମନୋଜଙ୍କ ବନ୍ଧୁ ହେଲମେଣ୍ଟ ପିନ୍ଧି ଥିବାରୁ ସଂପୂର୍ଣ୍ଣ ସୁରକ୍ଷିତ ଥିବା ଜଣା ପଡିଛି।

Share This Article