ମାଣବସାରେ ମା ଲକ୍ଷ୍ମୀ କଲେ କୋପ, ଭୁବନେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନସ

Odisha Hot News
1 Min Read

ଭୁବନେଶ୍ବର: ଆଜି ମାଣବସା ଗୁରୁବାରରେ ମା ଲକ୍ଷ୍ମୀ ଆସିବା ପାଇଁ ସମସ୍ତେ ପୂଜାପାଠ
କରନ୍ତି। ହେଲେ ଯାହା ଉପରେ ମା କୋପ କରନ୍ତି ତାଙ୍କର ସର୍ବସ୍ବ ନେଇଯାଆନ୍ତି। ଆଜି ସେହିପରି ଘଟଣା ଭୁବନେଶ୍ବରର ମୁଖ୍ୟ ଯୋଗାଣ ଅଧିକାରୀଙ୍କ କ୍ଷେତ୍ରରେ ତାହା ହିଁ ଘଟିଛି। ସେ ହେଉଛନ୍ତି ପ୍ରଶାନ୍ତ କୁମାର ଗନ୍ତାୟତ। ଆଜି ସକାଳୁ ଭିଜିଲାନସ ଆଠଟି ସ୍ଥାନରେ ଚଢାଉ କରିଛି।

ତାଙ୍କ ପାଖରେ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି। ତାଙ୍କର ଭୁବନେଶ୍ବରର ଚନ୍ଦ୍ରଶେଖରପୁର, ପାଣ୍ଡରା, ଲକ୍ଷ୍ମୀସାଗର ଏବଂ ତିନିନମ୍ବର ରେ ଥିବା ଘରେ ଚଢାଉ ଜାର ରହିଛି। ସେହିପରି ତାଙ୍କର ଭୁବନେଶ୍ବର ଅଫିସ ଚ୍ୟାମ୍ବର, ବ୍ରହ୍ମପୁର ଏବଂ ଗଂଜାମର କେତେକ ସ୍ଥାନରେ ଚଢାଉ ଜାରୀ ରହିଛି।

ବର୍ତ୍ତମାନ ସୁଦ୍ଧା ତାଙ୍କ ଘରୁ ବହୁ ସୁନା ଅଳଙ୍କାର ବାହାରିବା ସହିତ କୋଟି କୋଟି ଟଙ୍କାର ବିଲିଡିଂ ଭିଜିଲାନସ ଜବତ କରିଛି। ବର୍ତ୍ତମାନ ସୁଦ୍ଧା ଚଢାଉ ଜାରୀ ରହିଥିବାରୁ ଏ ନେଇ ସବିଶେଷ ତଥ୍ୟ ଜଣାପଡି ନାହିଁ।

Share This Article