ଓଡିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Odisha Hot News
1 Min Read

ଭୁବନେଶ୍ବର: ଓଡିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ଆଜି ପରଲୋକ ହୋଇଯାଇଛି। ଚେନ୍ନାଇର ଆପୋଲ ସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ହୋଇଥିଲା। ସେ ଓଡିଶାର ରାଜ୍ୟପାଳ ଭାବେ ୧୯୯୯ ମସିହାରୁ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ‘ଓଡିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ଦେହାନ୍ତ ବିଷୟରେ ଜାଣି ଗଭୀର ଦୁଃଖିତ। ସେ ଅମଲାତନ୍ତ୍ର ଭାବରେ ତାଙ୍କର ଦୀର୍ଘ ବର୍ଷର ଅଭିଜ୍ଞତା ତାଙ୍କୁ ଜଣେ ପ୍ରଶାସକ ଭାବରେ ନିଜ ପାଇଁ ଏକ ସ୍ଥାନ ତିଆରି କରିପାରିଥିଲା। ଲୋକମାନଙ୍କ ପ୍ରତି ତାଙ୍କର ଉତ୍ସର୍ଗୀକୃତ ସେବା ପାଇଁ ତାଙ୍କୁ ସର୍ବଦା ସ୍ମରଣ କରାଯିବ। ତାଙ୍କ ପରିବାର ପ୍ରତି ମୋର ସମବେଦନା।’

ନିକଟରେ ରାଜେନ୍ଦ୍ରନ ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଥିଲେ। ସେତେବେଳେ ତାଙ୍କର ଦ୍ବାରା ଲିଖିତ ଏକ ପୁସ୍ତକକୁ ନବୀନ ଉନମୋଚନ କରିଥିଲେ।

Share This Article