ମହତାବଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Odisha Hot News
0 Min Read

ଭୁବନେଶ୍ବର: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବରେଣ୍ୟ ବ୍ୟକ୍ତିତ୍ବ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ମରଣ କରିଛନ୍ତି।

ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣକରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଆ ଭାଷା, ସାହିତ୍ୟକୁ ବ୍ୟାପକ କରିବା ସହ ରାଜ୍ୟ ପ୍ରଗତିରେ ତାଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ମନେ ପକାଇଛନ୍ତି।

Share This Article