ଆସନ୍ତାକାଲି ବୁଧବାରରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର, ଜାଣନ୍ତୁ କାରଣ

Odisha Hot News
1 Min Read

ଭୁବନେଶ୍ବର: ଆସନ୍ତାକାଲି ବୁଧବାର ୪ ଘଣ୍ଟା ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଏ ନେଇ ମନ୍ଦିର ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଆସନ୍ତାକାଲି ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ସାଧାରଣ ଦର୍ଶନ ବନ୍ଦ ରହିବ।

ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ବନକଲାଗି ନୀତି ଆରମ୍ଭ ହେବ। ତେବେ ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଶ୍ରୀଜିୟୁଙ୍କର ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Share This Article