ଭୁବନେଶ୍ବର ଠାରେ ଆୟୋଜିତ ହେବ ଦୁଇ ଦିନିଆ ପ୍ରତିରକ୍ଷା ପେନସନ୍ ସମାଧାନ ଶିବିର

Odisha Hot News
1 Min Read

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା ପେନସନ ଅଭିଯୋଗ ସମାଧାନ ଶିବିର ଆୟୋଜନ କରାଯିବ।

ପ୍ରତିରକ୍ଷା ସିଭିଲିୟାନଙ୍କ ସମେତ ପ୍ରତିରକ୍ଷା ପେନସନଭୋଗୀଙ୍କର ବିଭିନ୍ନ ସମସ୍ୟା ଏହି ଶିବିରରେ ସମାଧାନ କରାଯିବ। ପ୍ରତିରକ୍ଷା ମନ୍ତ୍ରଣାଳୟ, ତିନି ସେନା ମୁଖ୍ୟାଳୟ, ପ୍ରତିରକ୍ଷା ଲେଖା ବିଭାଗ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ କୋଷାଗାର ଅଧିକାରୀ, ପେନସନଭୋଗୀ ଓ ସେମାନଙ୍କର ପରିବାରବର୍ଗ ଏହି ଶିବିରରେ ଯୋଗଦେବେ।

୧୮ ତାରିଖ ପୂର୍ବାହ୍ନ ୧୦ଟାରୁ ପେନସନ ଶିବିର ଆରମ୍ଭ ହେବ। ପେନସନ ସଂକ୍ରାନ୍ତ ସମସ୍ୟା ରହିଥିବା ଅବସରପ୍ରାପ୍ତ ପ୍ରତିରକ୍ଷା କର୍ମଚାରୀ, ଅଧିକାରୀ, ପ୍ରତିରକ୍ଷା ସିଭିଲିୟାନ କର୍ମଚାରୀମାନେ ଆବଶ୍ୟକ ଜରୁରି କାଗଜପତ୍ର ସହ ଉପରୋକ୍ତ ଠିକଣାରେ ସକାଳ ସାଢେ ୮ଟା ସୁଦ୍ଧା ଉପସ୍ଥିତ ହେବାକୁ କୁହାଯାଇଛି।

Share This Article