ରାଜସ୍ୱ ବିଭାଗ ସାଂସ୍କୃତିକ ସଂସଦ ପକ୍ଷରୁ ରକ୍ତଦାନ ଶିବିର

Odisha Hot News
1 Min Read

ଭୁବନେଶ୍ବର: ରକ୍ତ ହିଁ ଜୀବନ। ଆପଦକାଳୀନ ସ୍ଥିତିରେ ଟୋପାଏ ରକ୍ତ ମଣିଷକୁ ବଞ୍ଚାଇଥାଏ। ଆମେମାନେ ସମସ୍ତେ ଏହାର ଗୁରୁତ୍ୱ ଉପଲବ୍ଧି କରିବା ଦରକାର। ସରକାର ଦୁର୍ଘଟଣା କ୍ଷେତ୍ରରେ ଶୂନ୍ୟ ମୃତୁ୍ୟ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି। ଆମେ ସମସ୍ତ ସେ୍ୱଚ୍ଛାକୃତ ରକ୍ତଦାନ କରିବା ପାଇଁ ଆଗେଇ ଆସିବା ଉଚିତ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତି ।

ରାଜସ୍ୱ ବିଭାଗ ସାଂସ୍କୃତିକ ସଂସଦ ପକ୍ଷରୁ ଲୋକସେବା ଭବନ ପରିସରରେ ଆୟୋଜିତ ରକ୍ତଦାନ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ କହିଲେ ଯେ ରାଜସ୍ୱ ବିଭାଗ ପକ୍ଷରୁ ଏଭଳି ପଦକ୍ଷେପ ନିଶ୍ଚିତ ଭାବେ ସ୍ୱାଗତଯୋଗ୍ୟ।

ଏହିଭଳି ଶିବିର ଆୟୋଜନ ମାଧ୍ୟମରେ ସେ୍ୱଚ୍ଛାସେବୀମାନେ ସେ୍ୱଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସିଲେ ରକ୍ତସଂଗ୍ରହ ଅଭାବ ଦୂର ହୋଇପାରିବ ଓ ଆବଶ୍ୟକ ସମୟରେ ବହୁମୂଲ୍ୟ ଜୀବନଟିଏ ବଞ୍ଚାଯାଇ ପାରିବ। ରକ୍ତଦାନ ମହତ ଦାନ। ବିଭାଗ ପକ୍ଷରୁ ଆୟୋଜିତ ଏହି ମହତ କାର୍ଯ୍ୟ ଆଗାମୀ ଦିନରେ ମଧ୍ୟ ବଜାୟ ରହିବ ବୋଲି ଶ୍ରୀ ସାହୁ ଆଶାବ୍ୟକ୍ତ କରିଥିଲେ।

ଏହି ରକ୍ତଦାନ ଶିବିରରେ ୬୯ ଜଣ ସେ୍ୱଚ୍ଛାସେବୀ ରକ୍ତଦାନ କରିଥିବାବେଳେ ରାଜସ୍ୱ ବିଭାଗ ସାଂସ୍କୃତିକ ସଂସଦର ସାଧାରଣ ସଂପାଦକ ମନୋରଞ୍ଜନ ପଟ୍ଟନାୟକ, ସଭାପତି ଶୁଭେନ୍ଦୁ ଆଚାର୍ଯ୍ୟ, ଉପସଭାପତି ସତ୍ୟବ୍ରତ ନାୟକ ରକ୍ତଦାନ ଶିବିର ପରିଚାଳନା କରିଥିଲେ । ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବହୁ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।

Share This Article