ମହାବିଦ୍ୟାଳୟ ନଥିବା ୧୮ଟି ବ୍ଲକରେ ଖୋଲିବ ଯୁକ୍ତ-୩ ମହାବିଦ୍ୟାଳୟ: ଚଳିତ ଶିକ୍ଷାବର୍ଷରୁ ହେବ ଶିକ୍ଷାଦାନ

Odisha Hot News
1 Min Read

ଭୁବନେଶ୍ୱର: ଶିକ୍ଷାରେ ସମାନତା, ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର ପ୍ରସାରୀ କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ମହାବିଦ୍ୟାଳୟ ନଥିବା ୧୮ ଗୋଟି ବ୍ଲକରେ କଳା ବିଭାଗର ସ୍ନାତକ ସ୍ତରୀୟ (ଯୁକ୍ତ-୩) ମହାବିଦ୍ୟାଳୟ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି।

୨୦୨୪-୨୫ ଶିକ୍ଷାବର୍ଷରୁ ଏହି ମହାବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ଆରମ୍ଭ କରାଯିବ।
ଗଜପତିର ଗୁମ୍ମା, ଗଞ୍ଜାମର ଧରକୋଟ, କଳାହାଣ୍ଡିର ଥୁଆମୂଳ-ରାମପୁର, କନ୍ଧମାଳର ଖଜୁରିପଡ଼ା, କୋରାପୁଟର ବନ୍ଧୁଗାଁ, ନାରାୟଣପାଟଣା, ମାଲକାନଗିରିର ଚିତ୍ରକୋଣ୍ଡା, ମୟୁରଭଞ୍ଜର ତିରିଂ, ନବରଙ୍ଗପୁରର ତେ;ୁଳିଖୁଣ୍ଟି, କୋଷଗୁମୁଡ଼ା, ଝରିଗାଁ, ରାଇଗଡ଼, ରାୟଗଡ଼ାର କାଶିପୁର, ରାମନାଗୁଡ଼ା, ଚନ୍ଦ୍ରପୁର, ସୁନ୍ଦରଗଡ଼ର ନୂଆଗାଁ, ଗୁରୁଣ୍ଡିଆ, କୁଆଁରମୁଣ୍ଡା ଆଦି ବ୍ଲକରେ ସ୍ନାତକ ମହାବିଦ୍ୟାଳୟ ଖୋଲାଯିବ।

ଏହିସବୁ ମହାବିଦ୍ୟାଳୟଗୁଡ଼ିକ ନିମନ୍ତେ ବ୍ଲକ ହେଡ଼ କ୍ୱାର୍ଟର ଠାରୁ ୫କିମି ପରିସୀମା ଭିତରେ ୧୦ ଏକର ଜମି ଯୋଗାଇଦେବାକୁ ସେହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀଯୁକ୍ତ ଅରବିନ୍ଦ ଅଗ୍ରୱାଲ ନିର୍ଦ୍ଦେଶ ଦେଇଛନ୍ତି। ମହାବିଦ୍ୟାଳୟଗୁଡ଼ିକର ନିଜସ୍ୱ ଭିତ୍ତିଭୂମି ବିକାଶ ନହେବା ପର୍ଯ୍ୟନ୍ତ ଅସ୍ଥାୟୀ ଗୃହରେ ଶିକ୍ଷାଦାନ କରାଯିବ।

Share This Article