କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଘୋଷଣା ହେବ ନୂଆ ପ୍ୟାକେଜ, ସୂଚନା ଦେଲେ ପାଣ୍ଡିଆନ

Odisha Hot News
1 Min Read

ଭୁବନେଶ୍ବର: ଖୁବଶୀଘ୍ର କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ନୂଆ ପ୍ୟାକେଜ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ। କେନ୍ଦୁପତ୍ର ତୋଳାଳିଙ୍କ ଆବେଦନ କ୍ରମେ ସେମାନଙ୍କ ପରିବାର ସଦସ୍ୟଙ୍କ ବିବାହ ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ପାଣ୍ଡିଆନ ସୂଚନା ଦେଇଛନ୍ତି। ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିବେ ବୋଲି ପାଣ୍ଡିଆନ କହିଛନ୍ତି।

ସମ୍ବଲପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ପଦ୍ମପୁର ଉପନିର୍ବାଚନ ସମୟରେ କେନ୍ଦୁପତ୍ର ଉପରୁ ଜିଏସଟି ଛାଡ ପାଇଁ କେନ୍ଦ୍ରମନ୍ତ୍ରୀ ଘୋଷଣା କରିଥିଲେ। ହେଲେ ପ୍ରତ୍ୟାହାର ପ୍ରସଂଗରେ କେନ୍ଦ୍ରମନ୍ତ୍ରୀଙ୍କ ଉଦାସୀନତା ନେଇ ସମାଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ।

ଏପର୍ଯ୍ୟନ୍ତ କେନ୍ଦ୍ରମନ୍ତ୍ରୀ ତାଙ୍କ ପ୍ରତିଶ୍ରୁତି ପାଳନ କରି ନ ଥିବା ବେଳେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉପରୁ ନିଜ ଭାଗର ୮ ପ୍ରତିଶତ ଟିକସ ଛାଡ କରିଛନ୍ତି। ରାଜ୍ୟ ସରକାର ସମଗ୍ର ଦେଶରେ ପ୍ରଥମ ରାଜ୍ୟ ଭାବେ କେନ୍ଦ୍ରୁପତ୍ର ତୋଳାଳିଙ୍କୁ ବୋନସ ଦେଉଛି ବୋଲି ସେ କହିଛନ୍ତି।

Share This Article