ଆଜି ରତ୍ନ ସିଂହାସନରେ ଶ୍ରୀଜିୟୁଙ୍କର ହେବ ସୁନା ବେଶ

Odisha Hot News
1 Min Read

ପୁରୀ: ଆଜି ପବିତ୍ର ପୌଷ ପୂର୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ଏହି ଅବସରରେ ରତ୍ନସିଂହାସନରେ ଶ୍ରୀଜିଉମାନେ ରାଜରାଜେଶ୍ୱର ବା ସୁନାବେଶରେ ବିଭୂଷିତ ହେବେ।

ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କି ରେ ମା ମହାଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ। ସେଠାରେ ମାଜଣା ଓ ବନକ ଲାଗି ଆଦି ନୀତି ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ। ଏହା ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କ ସୁନାବେଶ ଅନୁଷ୍ଠିତ ହେବ।

ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ ସହ ହରିଡ଼ାମାଳ, ବାହାଡା ମାଳି, ସେବତୀ ମାଳି, ଆଡ଼କାନି, ଚନ୍ଦ୍ର ସୂର୍ୟ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କାରରେ ମହାପ୍ରଭୁ ମାନେ ରାଜରାଜେଶ୍ୱର ବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି।

Share This Article