Breaking News: ଶନିବାର ଦିନ ସ୍କୁଲ କଲେଜ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Odisha Hot News
1 Min Read

ଭୁବନେଶ୍ବର: ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ର ଲୋକାର୍ପଣ ଉତ୍ସବ ଜାନୁୟାରୀ 27 ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି।

ଏହି କାର୍ଯ୍ୟକ୍ରମ ରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ ପ୍ରକାଶ କରିପାରିବେ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ 27 ତାରିଖ ଦିନ ସାରା ରାଜ୍ୟ ର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ ଚତୁର୍ଥ ଶନିବାର ଯୋଗୁଁ ସେଦିନ ସମସ୍ତ ସରକାରୀ ଅଫିସ ମଧ୍ୟ ବନ୍ଦ ରହୁଛି।

Share This Article