ପ୍ରଖ୍ୟାତ ଓଡିଆ ଚଳଚିତ୍ର ବ୍ୟକ୍ତିତ୍ବ ସାଧୁ ମେହେରଙ୍କ ପରଲୋକ

Odisha Hot News
1 Min Read

ଭୁବନେଶ୍ବର: ପ୍ରଖ୍ୟାତ ଓଡିଆ ତଥା ହିନ୍ଦି ଚଳଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ପରଲୋକ ହୋଇଯାଇଛି। ୮୪ ବର୍ଷ ବୟସରେ ମୁମ୍ବାଇସ୍ଥିତ ତାଙ୍କ ବାସ ଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଉଭୟ ଓଡିଆ ଏବଂ ହିନ୍ଦି ଚଳଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି।

ସାଧୁ ମେହେର ଓଡ଼ିଆ, ସମ୍ବଲପୁରୀ ଓ ହିନ୍ଦୀ ଆଦି ପ୍ରାୟ ୨୭ରୁ ଅଧିକ ସିନେମାରେ ଅଭିନୟ କରିଛନ୍ତି । ୧୯୬୯ ମସିହାରେ ସେ ଭୂବନ ସୋମ କଥାଚିତ୍ରରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ । ଏଥିରେ ସେ ଏକ ମୂକ ପକ୍ଷୀଧରାଳୀ ଚରିତ୍ରରେ ଅଭିନୟ କରିଥିଲେ ।

୧୯୭୪ର ଚଳଚ୍ଚିତ୍ର ଅଙ୍କୁର ତାଙ୍କୁ ଜାତୀୟ ସ୍ଥରରେ ଜଣେ ଭଲ ଅଭିନେତାର ସ୍ୱୀକୃତି ଦେଇଥିଲା । ଅଙ୍କୁର ଫିଲ୍ମ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ ସାଧୁ ମେହେର। ୨୦୧୭ ମସିହାରେ ସାଧୁ ମେହେରଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।

Share This Article