ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ

Odisha Hot News
1 Min Read

ଭୁବନେଶ୍ଵର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସକାଳେ ସମ୍ବଲପୁର ରେଳ ଷ୍ଟେସନ ନୀରିକ୍ଷଣ କରୁଥିବାବେଳେ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି।

ଗୋରଖପୁର-ହାଟିଆ ଏକ୍ସପ୍ରେସର ସମ୍ପ୍ରସାରଣ ଏହି ଅଞ୍ଚଳର ଯାତ୍ରୀମାନଙ୍କୁ ବିଶେଷ କରି ସମ୍ବଲପୁର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାର ଯାତ୍ରୀମାନଙ୍କୁ ଯାତ୍ରା ସୁବିଧା ଯୋଗାଇବ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି।

ଶ୍ରୀ ବୈଷ୍ଣବ ଏହା ମଧ୍ୟ କହିଛନ୍ତି ଯେ, ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ କରାଯାଉଛି। ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ ପ୍ରାୟ ୩୭୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ। ଏହି ଷ୍ଟେସନ ମାଧ୍ୟମରେ ସହରର ଉଭୟ ପାର୍ଶ୍ୱ ସଂଯୋଗ ହୋଇପାରିବ। ସମ୍ବଲପୁର ରେଳ ଷ୍ଟେସନରେ ସମସ୍ତ ଆଧୁନିକ ସୁବିଧା ଯୋଗାଇ ଦିଆଯିବ।

Share This Article