ସାହିତ୍ୟିକ ସାତକଡି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ହେବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

Odisha Hot News
1 Min Read

ଭୁବନେଶ୍ବର: ବିଶିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

ସେ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ, ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ଜଣେ ପ୍ରତିଷ୍ଠିତ ତଥା ଖ୍ୟାତି ସମ୍ପନ୍ନ ସାହିତ୍ୟିକ ଭାବେ ସାତକୋଡି ହୋତାଙ୍କ ସୁନାମ ରହିଥିଲା।

ଅନେକ ଉଚ୍ଚକୋଟୀର ଗଳ୍ପ, ଉପନ୍ୟାସ, କବିତା ଓ ଅନୁବାଦ ସାହିତ୍ୟ ରଚନା ମାଧ୍ଯମରେ ଓଡିଆ ସାହିତ୍ୟ ଜଗତରେ ସେ ତାଙ୍କର ଅମଳିନ ସ୍ମୃତି ଛାଡି ଯାଇଛନ୍ତି। ଏଥି ସହିତ ଜଣେ ଦକ୍ଷ ସଂଗଠକ ଓ ସାମ୍ବାଦିକ ଭାବରେ ମଧ୍ୟ ତାଙ୍କର ସୁନାମ ରହିଥିଲା। ତାଙ୍କ ବିୟୋଗ ଓଡିଆ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ହୋତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

Share This Article