ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା, ଏଥର ୫ ଲକ୍ଷ ଛାତ୍ରଛାତ୍ରୀ ଦେଉଛନ୍ତି ପରୀକ୍ଷା

Odisha Hot News
1 Min Read

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଉଛି ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା। ଚଳିତ ବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ପରୀକ୍ଷା କେନ୍ଦ୍ର ସକାଳ ୭ଟା ୧୫ ମିନିଟରେ ଖୋଲିବା ପରେ ପରୀକ୍ଷାର୍ଥୀ ସାଢେ ୭ଟାରେ ହଲକୁ ପ୍ରବେଶ କରିଛନ୍ତି। ପରେ ସାଢେ ଆଠଟାରେ ଛାତ୍ରଛାତ୍ରୀଙ୍କୁ ଓଏମଆର ସିଟ୍ ଓ ଆଠଟା ୪୫ ମିନିଟରେ ପ୍ରଶ୍ନପତ୍ର ଦିଆଯାଇଛି। ଆଜି ସକାଳ୯ ଟାରେ ପରୀକ୍ଷା ଆରମ୍ଭ ହୋଇଛି।

ଚଳିତ ବର୍ଷ ବୋର୍ଡ ପକ୍ଷରୁ ୨୯୯୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପ୍ରଶ୍ନପତ୍ର ରଖିବା ପାଇଁ ୩୧୩ଟି ନୋଡାଲ ସେଣ୍ଟର ମଧ୍ୟ କରାଯାଇଛି। ସୁରକ୍ଷା ଦୃଷ୍ଟିକୋଣରୁ ୨୧ଟି ଥାନା ଓ ଗୋଟିଏ ବିଟ୍ ହାଉସରେ ନୋଡାଲ ସେଣ୍ଟର କରାଯାଇଛି। ମାଟ୍ରିକ ସହ ୭ ହଜାର ୮୩୧ ପରୀକ୍ଷାର୍ଥୀ ରାଜ୍ୟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଓ ୩ ହଜାର ୩୭ ପରୀକ୍ଷାର୍ଥୀ ମଧ୍ୟମା ପରୀକ୍ଷା ଦେବେ। ପରୀକ୍ଷାକୁ ଶୃଙ୍ଖଳିତ ତଥା କପିମୁକ୍ତ କରିବା ପାଇଁ ଏଥର ତ୍ରିସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି।

Share This Article