ରାସ୍ତା ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

Odisha Hot News
1 Min Read

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କୋଦଳା ଥାନା ଅନ୍ତର୍ଗତ ମଠସରସିଂ ମୁଖ୍ୟ ରାସ୍ତାରେ ନମସ୍କାର ନାମକ ଯାତ୍ରୀବାହୀ ବସ୍ ସହ ଏକ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହୋଇଛି। ଯାହା ଫଳରେ ଫାସୀ ଗ୍ରାମ ବାସିନ୍ଦା ବିନାୟକ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍ କୁ ଜବତ କରିବା ସହ ଦୁର୍ଘଟଣାଗ୍ରସ୍ତ ବାଇକ୍ ଚାଳକକୁ କୋଦଳା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ମୃତ ଘୋଷଣା କରିଥିଲେ। ପରବର୍ତ୍ତୀ ସମୟରେ ପୋଲିସ ମୃତ ବିନାୟକ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

Share This Article