ରାଜ୍ୟରେ ଆଉ ୨୨ ଟି ନୂଆ ଏନଏସିକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଖୋର୍ଦ୍ଧାରୁ ପୁଣି ଗୋଟିଏ

Odisha Hot News
1 Min Read

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିରୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିର ର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା।

Share This Article