କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ପୂର୍ବତନ ବିଧାୟକ ଏବଂ ତାଙ୍କ ସମର୍ଥକ

Odisha Hot News
1 Min Read

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କଂଗ୍ରେସ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି ଭବାନୀପାଟଣାର ପୂର୍ବତନ ବିଧାୟକ ଅନାମ ନାୟକ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି। ସେହିପରି ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି ମୟୂରଭଞ୍ଜର ଯୁବ ନେତା ତଥା ପ୍ରଦେଶ କଂଗ୍ରେସ କମିଟିର ସଦସ୍ୟ ଶ୍ରୀ ରାକେଶ ସିଂ।

ଶ୍ରୀ ସିଂଙ୍କ ସହ ବାରିପଦା ନିର୍ବାଚନ ମଣ୍ଡଳି ଯୁବ କଂଗ୍ରେସ ଉପସଭାପତି ସୈାଜିତ କୁମାର ବେସ୍ରା, ଯୁବ କଂଗ୍ରେସ ନେତା ବେଣୁଧର ବେହେରା, ନରେନ୍ଦ୍ର ବେହେରା, ଟୁନା ବେହେରା, ଶିବଧର ବେହେରା, ଫତେ ସୋରେନ, ନରେନ୍ଦ୍ର ସିଂ, କର୍ଜି ମୁର୍ମୁ, ଦୁଃଖିଶ୍ୟାମ ହାଂସଦା, ଯୁବ ସଂଗଠକ ଶିବଶଙ୍କର ସିଂ, ବିଜୁ କୁମାର ସିଂ, ଚଟିଆ ସିଂ, ସଚିଦାନନ୍ଦ ସିଂ ପ୍ରମୁଖ ଆଜି ବିଜେପିରେ ସାମିଲ ହୋଇଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ।

ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ, ପୂର୍ବତନ ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଓ ପ୍ରଦୀପ ପୁରୋହିତ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, କୃଷକମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Share This Article