ଢେଙ୍କାନାଳର କୋଭିଡ ହସ୍ପିଟାଲ ପରିଦର୍ଶନ କରିଲେ ୫-ଟି ସଚିବ

Odisha Hot News
1 Min Read

ଢେଙ୍କାନାଳ: ଆଜି ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଢେଙ୍କାନାଳରେ ଥିବା କୋଭିଡ ହସ୍ପିଟାଲ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିଛନ୍ତି। ସେ ଆଜି ପୂର୍ବାହ୍ନ ସାଢେ ୧୦ଟା ସମୟରେ ହେଲିକେପ୍ଟର ଯୋଗେ ଢେଙ୍କାନାଳ ମିନି ଷ୍ଟାଡିଅମରେ ଓହ୍ଲାଇଥିଲେ।

ସେଠାରୁ ସେ ବାଜିଚୌକଠାରେ ଥିବା ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିର୍ମିତ କୋଭିଡ ହସ୍ପିଟାଲରେ ପହଞ୍ଚିଥିଲେ। ସେଠାରେ ୫-ଟି ସଚିବ କୋଭିଡ ହସ୍ପିଟାଲର ଆନୁସାଙ୍ଗିକ ବ୍ୟବସ୍ଥା ଓ ସ୍ଥିତି ନେଇ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରା ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ନିରଞ୍ଜନ ମିଶ୍ରଙ୍କ ସହ ଆଲୋଚନା କରିଥିଲେ। ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କ ସହ ଉନ୍ନୟନ କମିଶନର ସୁରେଶ ମହାପାତ୍ର ମଧ୍ୟ ଢେଙ୍କାନାଳରେ ଥିବା କୋଭିଡ ହସ୍ପିଟାଲ ପରିଦର୍ଶନ କରିଥିଲେ।
ସୂଚନାଯୋଗ୍ୟ, ଗତ ୯ ତାରିଖରେ ଢ଼େଙ୍କାନାଳ ଟାଉନରୁ ଜଣେ ୫୧ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିଥିଲା।
ଉଲ୍ଲେଖଯୋଗ୍ୟ, ଗତକାଲି ରାଜ୍ୟ ସରକାରଙ୍କ ମୁଖ୍ୟଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝରର କୋଭିଡ ହସ୍ପିଟାଲ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଥିଲେ।

Share This Article
Leave a Comment