ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

Odisha Hot News
1 Min Read

ଭୁବନେଶ୍ବର: ଓଡିଶାର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପରଲୋକ ଘଟିଛି। ସେ କିଛିଦିନ ଧରି ଭୁବନେଶ୍ବର ହସପିଟାଲରେ ଚିକିତ୍ସିତ ହେଉଥିଲେ। ହେଲେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଯାଇଛି। ତାଙ୍କର ବିୟୋଗ ଆଜି ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ଘଟିଲା ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ସାମାଜିକ ଗଣମାଧ୍ୟମରେ କହିଛନ୍ତି ଯେ, “ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

Share This Article