ବିଜେଡି କାହିଁକି ଏକମାତ୍ର ବାଲେଶ୍ବର ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରି ନାହିଁ

Odisha Hot News
1 Min Read

ଭୁବନେଶ୍ବର: ଗତକାଲି ବିଜେଡି ପାଞ୍ଚଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ 15ଟି ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି। ତେବେ ମୋଟି 21 ଟି ଲୋକସଭା ଆସନରୁ ବିଜେଡି ଏ ପର୍ଯ୍ୟନ୍ତ 20ଟି ଆସନର ପ୍ରାର୍ଥୀ ଘୋଷଣା କରିଛି। ହେଲେ ଏକମାତ୍ର ବାଲେଶ୍ବର ଆସନରେ ଦଳ ପ୍ରାର୍ଥୀ ଘୋଷଣା କରିପାରି ନାହିଁ।

ବାଲେଶ୍ବରରେ ଗତ ଥର ବିଜେଡି ପାଇଁ ପ୍ରାର୍ଥୀ ହୋଇଥିଲେ ରବିନ୍ଦ୍ର ଜେନା। ଏଥର ଦଳ ତାଙ୍କ ଧର୍ମପତ୍ନୀ ସୁବାସିନୀ ଜେନାଙ୍କୁ ବାଲିଆପାଳ ବିଧାୟକ ପ୍ରାର୍ଥୀ ଭାବେ ଘୋଷଣା କରିଛି। ଫଳରେ ରବିନ୍ଦ୍ରଙ୍କୁ ସାଂସଦ ପ୍ରାର୍ଥୀ କରାଯିବ କି ନାହିଁ ସେ ନେଇ ସନ୍ଦେହ ରହିଛି। ଅନ୍ୟପଟେ ବିଜେପି ସେଠାରୁ ବର୍ତ୍ତମାନର ସାଂସଦ ପ୍ରତାପ ଷଡଙ୍ଗୀଙ୍କୁ ପ୍ରାର୍ଥୀ କରିଛି। ସେହିପରି କଂଗ୍ରେସ ମଧ୍ୟ ଏଥର ପ୍ରାର୍ଥୀଙ୍କ ନାମ ଘୋଷଣା କରି ନାହିଁ। ତେବେ ସେଠାରୁ ହେଭି ୱେଟ ଶ୍ରୀକାନ୍ତ ଜେନାଙ୍କୁ ଟିକେଟ ମିଳିବ ବୋଲି ଚର୍ଚ୍ଚା ଚାଲିଛି।

Share This Article