ନିର୍ବାଚନ ଆୟୋଗଙ୍କ ସ୍ବୀକୃତି ପରେ ୩ ଜଣ ବରିଷ୍ଠ ଆଇପିଏସଙ୍କୁ ମିଳିଲା ନୂଆ ନିଯୁକ୍ତି

Odisha Hot News
1 Min Read

ଭୁବନେଶ୍ବର: ଓଡ଼ିଶାର ୩ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନୂଆ ଦାୟିତ୍ଵ ପ୍ରଦାନ କରାଯାଇଛି। ଭାରତୀୟ ନିର୍ବାଚନ ଆୟୋଗଙ୍କ ସ୍ବୀକୃତି ପରେ ଏହି ନିଯୁକ୍ତି ପ୍ରଦାନ କରାଯାଇଛି। ଚଳିତ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ସେମାନେ ଏହି ଦାୟିତ୍ଵରେ ରହିବେ।

ଯେଉଁମାନଙ୍କୁ ନୂଆ ଦାୟିତ୍ବ ମିଳିଛି ସେମାନେ ହେଲେ କଟକର ଡିସିପି ଭାବେ ପ୍ରକାଶ ଆରଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ବ୍ରିଜେଶ କୁମାର ରାୟ ରାଉରକେଲାର ଏସପି ହୋଇଥିବାବେଳେ ଉମାଶଙ୍କର ଦାଶଙ୍କୁ ଅନୁଗୁଳ ଜିଲ୍ଲାର ଏସପି ଭାବେ ଦାୟିତ୍ୱ ଦିଆଯାଇଛି।

କିଛିଦିନ ପୂର୍ବେ ଓଡ଼ିଶାର ଜଣେ ଆଇଜି, ୨ ଜଣ ଜିଲ୍ଲାପାଳ ଓ ୫ ଜଣ ଏସପିଙ୍କୁ ଦାୟିତ୍ୱରୁ ତୁରନ୍ତ ହଟେଇବା ଲାଗି ନିର୍ଦ୍ଦେଶ ଦେଇଥିଲେ ଭାରତୀୟ ନିର୍ବାଚନ ଆୟୋଗ। ଏହାପରେ ଏହି ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି।

Share This Article