ଜୀ ସାର୍ଥକ ଲକ୍ଷପତି ହେବାର ସୁଯୋଗ, ଦେଖନ୍ତୁ “ଦେଖିବା ନିତି ହେବା ଲକ୍ଷପତି” ମେଗା ପ୍ରତିଯୋଗିତା

Odisha Hot News
1 Min Read

ଭୁବନେଶ୍ଵର: ଓଡ଼ିଶାର ଲୋକପ୍ରିୟ ଓଡିଆ ମନୋରଞ୍ଜନ ଚ୍ୟାନେଲ ଜୀ ସାର୍ଥକ ପୁଣିଥରେ ନେଇଆସିଛି ଆପଣଙ୍କ ପାଇଁ ଲକ୍ଷପତି ହେବାର ସୁବର୍ଣ୍ଣ ସୁଯୋଗ। ଜୀ ସାର୍ଥକରେ ପୁଣି ଥରେ ଆରମ୍ଭ ହୋଇ ଯାଇଛି ମେଗା ପ୍ରତିଯୋଗିତା “ଦେଖିବା ନିତି ହେବା ଲକ୍ଷପତି” ଯାହା ପୂର୍ବ ଅପେକ୍ଷା ନିଆରା ହୋଇଛି । ଏହି ପ୍ରତିଯୋଗିତା ମାର୍ଚ୍ଚ ୨୨ ରୁ ଆରମ୍ଭ ହେବ। ପ୍ରତିଦିନ ସନ୍ଧ୍ୟା ୬:୩୦ରୁ ରାତି ୯:୩୦ ମଧ୍ୟରେ ଜୀ ସାର୍ଥକରେ ପ୍ରସାରିତ ହେଉଥିବା ଧାରାବାହିକ ମଧ୍ୟରେ କିଛି ସରଳ ପ୍ରଶ୍ନର ଉତ୍ତର ମିସକଲ୍ ମାଧ୍ୟମରେ ଦେଇ ଆପଣ ହୋଇପାରିବେ ଲକ୍ଷପତି। କାର୍ଯ୍ୟକ୍ରମର ନାଁ ରହିଛି “ଦେଖିବା ନିତି ହେବା ଲକ୍ଷପତି”। ଯେଉଁଠାରେ ବମ୍ପର ପୁରସ୍କାର ରାଶି ୧ଲକ୍ଷ ଟଙ୍କା ରଖାଯାଇଛି।

ପ୍ରତିଯୋଗିତାରେ ଭାଗ ନେବା ପାଇଁ ଧାରାବାହିକ ଦେଖୁଥିବା ସମୟରେ ଟିଭି ସ୍କ୍ରିନରେ ଦିଆ ଯାଇଥିବା ନମ୍ବରରେ ମିସଡ କଲ କରିବାକୁ ହେବ। ପ୍ରତିଦିନ ସଠିକ୍ ଉତ୍ତର ଦେଇଥିବା ୬ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ୧୦୦୦ଟଙ୍କାର ଭାଉଚର ମିଳିବ। ତେବେ ପୁରା ପ୍ରତିଯୋଗିତାର ଜଣେ ମେଗା ବିଜେତାଙ୍କୁ ମିଳିବ ୧ଲକ୍ଷ ଟଙ୍କା ନଗଦ ପୁରସ୍କାର।

ଜୀ ସାର୍ଥକର ସର୍ବଦା ଦର୍ଶକଙ୍କ ସହିତ ନିଜ ସମ୍ପର୍କ ଯୋଡ଼ିବା ପାଇଁ ନୂଆ ନୂଆ ପ୍ରୟାସ ଜାରି ରଖିଥାଏ, ସେହିପରି “ଦେଖିବା ନିତି ହେବା ଲକ୍ଷପତି” ଏକ ମାଧ୍ୟମ। ତେଣୁ ଦର୍ଶକମାନେ ଏହି ପ୍ରତିଯୋଗିତାର ସମ୍ପୂର୍ଣ୍ଣ ଲାଭ ଉଠାଇବା ପାଇଁ ଜୀ ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର ପ୍ରତୀକ ସିଲ ପ୍ରକାଶ କରିଛନ୍ତି। ଜୀ ସାର୍ଥକ ଦେଖନ୍ତୁ ଲକ୍ଷପତି ହୁଅନ୍ତୁ।

Share This Article