ପୁଣି ୬ ପଜିଟିଭ୍‌: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୭୪

Odisha Hot News
1 Min Read

ଭୁବନେଶ୍ୱର : ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଓ୍ବେବ୍‌ ସାଇଟ୍‌ରେ ଦର୍ଶାଯାଇଛି। ତେବେ ଆକ୍ରାନ୍ତଙ୍କ ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ମିଳିନାହିଁ।
ସୂଚନାଯୋଗ୍ୟ, ଗୋଟିଏ ଦିନରେ ୧୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସକାଳେ ଚିହ୍ନଟ ହୋଇଥିବା ଭଦ୍ରକ ଜିଲାର ୫ ଓ ବାଲେଶ୍ୱର ଜିଲାର ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଜଣାପଡ଼ିବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଏହି ସ୍ଥାନଗୁଡିକରେ ବିଭିନ୍ନ ଅଧିକାରୀ ପହଞ୍ଚି ଯାଞ୍ଚ ଜାରି ରଖିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିପରି ଜଣଙ୍କର ମୃତ୍ୟୁ ଘଟିଛି।

Share This Article
Leave a Comment