ଭୁବନେଶ୍ବର: ଆଜି ପୁଣି ଓଡ଼ିଶାରେ ଆଉ ୫ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି। ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କେତେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ପ୍ରାପ୍ତ ସୂଚନା ଅନୁଯାୟୀ ସବୁଠାରୁ ଅଧିକ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି। ଏହି ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ । ଅପରପକ୍ଷରେ ବାଲେଶ୍ୱର ଓ ଭଦ୍ରକରେ ୮ଜଣ ଲେଖାଁଏ, ଯାଜପୁରରେ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରେ ୩ ଜଣ, କେନ୍ଦ୍ରପଡ଼ା ଓ କଳାହାଣ୍ଡିରେ ୨ ଜଣ ଲେଖାଁଏ , କଟକ, ଢେଙ୍କାନାଳ ଓ ପୁରୀ ଜିଲ୍ଲାରେ ଜଣେ ଲେଖାଁଏ କରୋନା ପଜଟିଭ୍ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତମାନେ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମାନଙ୍କ ମଧ୍ୟରୁ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୫୩ଟି ସକ୍ରିୟ ମାମଲା ରହିଛି । ଅପରପକ୍ଷରେ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।
କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ,ଜାଣନ୍ତୁ
You Might Also Like
Leave a Comment
Leave a Comment
- Advertisement -
Stay Connected
Comment
- Fctecnohome.Com on ପ୍ରେମ ବିବାହକୁ ନେଇ ଗାଁରେ ବସିଲା କଙ୍ଗାରୁକୋର୍ଟ: ଶଳା ବାହାଘର ଭିଣାଇକୁ ଦଣ୍ଡ !
- Walkergob on ପାଗଳ କରିଛି ଧନୀ ହେବା ନିଶା; ବିଶାକ୍ତ ସାପ ପଛରେ ଧାଇଁଛନ୍ତି ଶହ ଶହ ଯୁବକ !
- KobeTwews on କଂଗ୍ରେସର ପରିବର୍ତ୍ତନ ସମାବେଶରେ ରାହୁଲ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସିଧା ଟାର୍ଗେଟ କଲେ !
- Isaiahsleek on ରାଜ୍ୟ ଅଙ୍ଗନୱାଡ଼ି କର୍ମୀଙ୍କ ଆଭିମୁଖ୍ୟ ଥିଲା ଗରମ ଏବେ ନରମ !
- KareemDulky on କଂଗ୍ରେସ ପ୍ରାର୍ଥୀ ତାଲିକାକୁ ନେଇ ଚର୍ଚ୍ଚା : ଦିଲ୍ଲୀ ଗଲା ପିଇସିରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
