ଆସିଲା ପ୍ରାର୍ଥୀପତ୍ର ଦାଖଲ ହିସାବ, ୨୮ଟି ବିଧାନସଭା ପାଇଁ ୨୬୬ ଜଣଙ୍କ ଆବେଦନ, ବ୍ରହ୍ମପୁରରେ ସର୍ବାଧିକ

Odisha Hot News
2 Min Read

ଭୁବନେଶ୍ବର: ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗତକାଲି ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ। ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଂଗପୁର, ବ୍ରହ୍ମପୁର ଏବଂ କଳାହାଣ୍ଡି ଲୋକସଭା ଏବଂ ଏହା ଅଧିନରେ ଥିବା ୨୮ ଟି ବିଧାନସଭାର ନିର୍ବାଚନ ହେବ। ଏହି ନିର୍ବାଚନ ଆସନ୍ତା ୧୩ ତାରିଖରେ ହେବ। ଆଜି ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୁଡାନ୍ତ ତାଲିକା ବାହାରିବ।

ତେବେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୁତ୍ର ଅନୁସାରେ ଅନୁଷ୍ଠିତ ହେଉଥିବା ୪ଟି ଲୋକସଭା ଆସନରେ ମୋଟ ୩୯ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରିବା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଏମାନେ ମୋଟ ୭୫ଟି ନାମାଙ୍କନ ପତ୍ର ଦାଖଲ କରିଥିବାର ଜଣାପଡିଛି। ତେବେ ଏହି ୪ଟି ଲୋକସଭା ଆସନ ମଧ୍ୟରୁ କୋରାପୁଟରେ ସର୍ବାଧିକ ୧୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ସେହିପରି ଓଡିଶାର ପ୍ରଥମ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳି ପାଇଁ ମୋଟ ୨୬୬ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏମାନେ ମୋଟ ୪୮୩ ଟି ନାମାଙ୍କନ ପତ୍ର ଦାଖଲ କରିଥିବାର ଜଣାପଡିଛି। ତେବେ ବ୍ରହ୍ମପୁର ବିଧାନସଭା ପାଇଁ ସର୍ବାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ନିର୍ବାଚନ ମଣ୍ଡଳି ପାଇଁ ମୋଟ ୨୦ ଜଣ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେହିପରି ଝରିଗାଁ ବିଧାନସଭା ପାଇଁ ସର୍ବନିମ୍ନ ୩ ଜଣ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି।

ଲୋକସଭା କ୍ଷେତ୍ରରେ ଯେଉଁ ୪ଟିରେ ନିର୍ବଚନ ହେବ ସେଠାରେ ପ୍ରାର୍ଥୀ ପତ୍ର ଦାଖଲ ସଂଖ୍ୟା ହେଲା

କୋରାପୁଟ-  ୧୩

କଳାହାଣ୍ଡି- ୧୧

ନବରଂଗପୁର- ୦୪

ବ୍ରହ୍ମପୁର- ୧୧

ଏହି ନିର୍ବାଚନ ମଣ୍ଡଳିରେ ଆସନ୍ତା ୧୩ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ଆଜି ପ୍ରାର୍ଥିପତ୍ର ଯାଞ୍ଚ କରାଯାଇ ଚୁଡାନ୍ତ ତାଲିକା ପ୍ରକାଶ କରାଯିବ। ଏହାପରେ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ୨୯ ଏପ୍ରିଲ। ଏହାପରେ ଜଣାପଡିବ ଓଡିଶାର ପ୍ରଥମ ପର‌୍ୟ୍ୟାୟ ନିର୍ବାଚନ ମଇଦାନରେ କେତେ ପ୍ରାର୍ଥି ପ୍ରତିଦ୍ବନ୍ଦିତା କରିବେ।

Share This Article