ଏପ୍ରିଲ ୨୬ରୁ ମେ’ ୩ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ – Fast News Network

Odisha Hot News
1 Min Read

ଭୁବନେଶ୍ବର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସିକା ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ନିର୍ବାଚନ ହେବ। ଏଠାରେ ମେ’ ୨୦ରେ ମତଦାନ ହେବାକୁ ଥିବାବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମେ’ ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’ ୪ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ ଏବଂ ମେ’ ୬ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ।

ସୂଚନାଯୋଗ୍ୟ, ଆସନ୍ତା ମେ ୧୩ତାରିଖରେ ରାଜ୍ୟର ୪ଟି ଲୋକସଭା ଆସନ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଏବଂ ଏହା ଅଧୀନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀ‌ରେ ହେବାକୁ ଥିବା ମତଦାନ ପାଇଁ ଗତକାଲି ନାମାଙ୍କନପତ୍ର ଦାଖଲ ଶେଷ ହୋଇଥିଲା। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୨୪ ତାରିଖ ସୁଦ୍ଧା ୪ଟି ଲୋକସଭା ଆସନରେ ମୋଟ୍ ୩୦ଜଣ ପ୍ରାର୍ଥୀ ନାମାଙ୍କନ କରିଥିଲେ। କଳାହାଣ୍ଡିରେ ୧୦ଜଣ, ନବରଙ୍ଗପୁରରେ ୩ଜଣ, ବ୍ରହ୍ମପୁରରେ ୮ଜଣ, କୋରାପୁଟରେ ୯ଜଣ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଶେଷ ଦିନରେ ଆଉ କେତେକ ପ୍ରାର୍ଥୀ ନାମାଙ୍କନ କରିଥିବାରୁ ଏହି ସଂଖ୍ୟା ବଢ଼ିପାରେ।

Share This Article