ଚିଲିକା ଆସିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ: ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର

Odisha Hot News
1 Min Read

ଚିଲିକା (ସୀତାରାମ ଅଗ୍ରୱାଲ): ପୁରୀ ଲୋକସଭା ଓ ଚିଲିକା ବିଧାନସଭା କ୍ଷେତ୍ରରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ଥିବାବେଳେ ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଜାରି ରହିଛି। ପ୍ରଚାର ପ୍ରସାର ବି ଜୋରସୋରରେ ଚାଲିଛି।  ତେବେ ଉକ୍ତ ନିର୍ବାଚନ ପାଇଁ ଆସନ୍ତା ୨୩ ତାରିଖରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜେପି ପାଇଁ ପ୍ରଚାର କରିବାକୁ ଆସିବେ।

ସୂଚନା ମୁତାବକ ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ (ଆନୁମାନିକ ୧୧ ଘଟିକାରେ ) ଚିଲିକା ନିର୍ବାଚନମଣ୍ଡଳି ପ୍ରଚାରକୁ ଆସିବେ। ସେ ବାଣପୁର ପଲଟନ ପଡିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ଏହି ଅବସରରେ ସେ ବିଜେପି ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ପାଇଁ ଭୋଟ ଭିକ୍ଷା କରିବେ। ଏଥି ପାଇଁ ଚଳଚଞ୍ଚଳ ହୋଇଉଠିଛି ଚିଲିକା ବିଜେପି। ବିଜେପି ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି।

ତେବେ ଯୋଗୀ ଆଦିତ୍ୟନାଥ ଅତ୍ୟନ୍ତ ଲୋକପ୍ରିୟ ଓ କଟର ହିନ୍ଦୁ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଏହା ଚିଲିକାରେ ବିଜେପିକୁ ବେଶ ଫାଇଦା ଦେବ ବୋଲି ଦଳ ଆଶା କରିଛି। ପ୍ରଚାରର ଶେଷ ଦିବସରେ ଯୋଗୀ ଆଦିତ୍ୟନାଥଙ୍କୁ ଆଣି ଚିଲିକାରେ ମାଷ୍ଟରଷ୍ଟ୍ରୋକ ଖେଳିବ ଦଳ।  ତେବେ ତାହା ଭୋଟରେ କେତେ ପ୍ରତିଫଳିତ ହେବ ତାହା ଜୁନ ୪ ତାରିଖରେ ଜଣାପଡିବ।

Share This Article