ବିଜେପିରୁ ବହିସ୍କୃତ ହେଲେ ବରିଷ୍ଠ ନେତା ଖାରବେଳ ସ୍ବାଇଁ, ସମୀର ଦାଶଙ୍କୁ ମିଳିଲା ନୂଆ ଦାୟିତ୍ବ

Odisha Hot News
1 Min Read

ଭୁବନେଶ୍ବର: ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପିର ବରିଷ୍ଠ ନେତା ଖାରବେଳ ସ୍ବାଇଁଙ୍କୁ ଦଳରୁ ବହିସ୍କାର କରାଯାଇଛି। ଏ ନେଇ ଦଳ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେ ଚଳିତ ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ତାଙ୍କୁ ଦଳ ବହିସ୍କାର କରିଛି। ଶ୍ରୀ ସ୍ୱାଇଁଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ ଓ ବରିର କବିର ଦାସଙ୍କୁ ଦଳରୁ ବହିଷ୍କାର କରାଯାଇଛି ବୋଲି ଜଣାପଡ଼ିଛି।

ସେହିପରି ନିକଟରେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିବା ନିମାପଡା ବିଧାୟକ ସମୀର ରଂଜନ ଦାଶଙ୍କୁ ଦଳ ନୂଆ ଦାୟିତ୍ବ ପ୍ରଦାନ କରିଛି। ତାଙ୍କୁ ଦଳ ମୁଖପାତ୍ର ଭାବେ ନିଯୁକ୍ତି ପ୍ରଦାନ କରିଛି। ସେହିପରି ସମୀରଙ୍କୁ ମଧ୍ୟ କାକଟପୁର, ନିମାପଡ଼ା, ପିପିଲି ଓ ସତ୍ୟବାଦୀ ବିଧାନସଭା ଆସନର ନିର୍ବାଚନ ପରିଚାଳନା ପର୍ଯ୍ୟବେକ୍ଷକ ଦାୟିତ୍ୱ ପ୍ରଦାନ କରାଯାଇଛି। ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଏହି ନୂଆ ଦାୟିତ୍ବ ଦିଆଯାଇଛି ବୋଲି ଏକ ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ନାଲକୋର ପୂର୍ବତନ ଅଧ୍ୟକ୍ଷ ତପନ ଚାନ୍ଦଙ୍କୁ ମଧ୍ୟ ମୁଖପାତ୍ର ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି।

Share This Article