ବାଲୁଗାଁ ରେଳଷ୍ଟେସନ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

Odisha Hot News
1 Min Read

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଷ୍ଟେସନ ନିକଟ ଓଭରବ୍ରିଜ ତଳ ଟ୍ରାକରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଶରୀର ଟି ଜଣେ ଯୁବକଙ୍କ ହୋଇଥିବା ବେଳେ ତାଙ୍କର ମସ୍ତିଷ୍କରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ମିଳିଛି।

ତେବେ ଆଜି ସକାଳୁ ସକାଳୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ବ୍ୟକ୍ତି ଜଣକ ଟ୍ରେନରୁ ଖସି ପଡିଛନ୍ତି ନା ଆତ୍ମହତ୍ୟା କରିଛନ୍ତି ତାହା ସନ୍ଦେହଘେରରେ। ବ୍ୟକ୍ତି ଜଣକ ଏକ ଜିନ୍ସ ପ୍ୟାଣ୍ଟ ପିନ୍ଧିଥିବା ଦେଖିବାକୁ ମିଳିଛି। ତେବେ ଉକ୍ତ ସୂଚନା ପାଇ ବର୍ତ୍ତମାନ ଘଟଣାସ୍ଥଳରେ ବାଲୁଗାଁ ଆରପିଏଫ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Share This Article