ବନ୍ଦ ହୋଇ ନାହିଁ ବିଏସକେୱାଇ କାର୍ଡ, କୌଣସି ହସପିଟାଲ ଅବହେଳା କରିବା ଏକ ଅପରାଧ,ମନମୋହନ

Odisha Hot News
1 Min Read

ଭୁବନେଶ୍ୱର: ସାଧାରଣ ନିର୍ବାଚନ – ୨୦୨୪ ପାଇଁ ଗତ କାଲି ଫଳାଫଳ ପ୍ରକାଶ ପାଇବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସକେୱାଇ)କୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି । ରାଜ୍ୟର କିଛି ଘରୋଇ ହସପିଟାଲଗୁଡିକ ବିଏସକେୱାଇ କାର୍ଡ ବନ୍ଦ ହୋଇଗଲା କହି ଚିକିତ୍ସା ଯୋଗାଇ ନଦେଇ ରୋଗୀମାନଙ୍କୁ ଫେରାଇ ଦେଉଛନ୍ତିି ବୋଲି ବିଭିନ୍ନ ଗଣମାଧ୍ୟରେ ଅଭିଯୋଗ ଆସୁଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି।

ରୋଗୀ ଓ ରୋଗର କୈାଣସି ଜାତି, ଧର୍ମ ଓ ଦଳ ନାହିଁ । ସାଧାରଣ ନାଗରିକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପ୍ରତ୍ୟେକ ସରକାରର ପ୍ରାଥମିକତା। ସରକାର ପରିବର୍ତନ ଏକ ନିରନ୍ତର ପ୍ରକ୍ରିୟା । ଏହି ଆଳରେ ଲୋକଙ୍କ ମନରେ ଦ୍ୱନ୍ଦ ସୃଷ୍ଟି କରାଯାଇ ଚିକିତ୍ସା ସେବାରୁ ବଂଚିତ ରଖାଯିବା ହେଉଛି ଏକ ସାମାଜିକ ଏବଂ ବୈଧାନିକ ଅପରାଧ। ଏଭଳି ସାମାଜିକ ଅପରାଧରୁ କ୍ଷାନ୍ତ ରହି ରୋଗୀମାନଙ୍କୁ ଉପଯୁକ୍ତ ଏବଂ ଉନ୍ନତମାନର ସେବା ଓଡିଶାବାସୀଙ୍କୁ ଯୋଗାଇ ଦେବା ପାଇଁ କହିବା ସହିତ ପ୍ରଶାସନ ଏଭଳି ମିଥ୍ୟା ଗୁଜବ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି।

Share This Article