ପୋଡପିଠା ହେଉଛି ପ୍ରଭୃ ଶ୍ରୀଜଗନ୍ନାଥଙ୍କ ମଧ୍ୟ ପ୍ରିୟ, ରଥଯାତ୍ରା ବେଳେ ହୁଏ ଲାଗି

Odisha Hot News
1 Min Read

ଭୁବନେଶ୍ବର: ରଜର ମୁଖ୍ୟ ଆକର୍ଷଣ ହେଉଛି ପୋଡ ପିଠା। ଚାଉଳ ଜନ୍ତୁଣୀରୁ ପ୍ରସ୍ତୁତ ହୋଇଥାଏ ଏହି ପିଠା। ଯାହାକି ପ୍ରତିଟି ଓଡିଆ ଘରେ ଏହି ପୋଡପିଠାର ମହକ ଖେଳିହୋଇଯାଏ। ତେବେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ ପୋଡପିଠା ମଧ୍ୟ ପ୍ରଭୃ ଶ୍ରୀଜଗନ୍ନାଥଙ୍କ ପ୍ରିୟ ଭୋଗ। ରଥଯାତ୍ରା ବେଳେ ଲାଗି ହୁଏ ଏହି ଭୋଗ।

ବାହୁଡା ଯାତ୍ରାର ଏକ ଅନନ୍ୟ ପରଂପରା ହେଉଛି ତିନିଠାକୁରଙ୍କ ମାଉସୀମା ମନ୍ଦିରରେ ପୋଡପିଠା ଖିଆ। ଏହି ପରଂପରା କାହିଁ କେଉଁ କାଳରୁ ପ୍ରଚଳିତ ହୋଇ ଆସୁଛି। ତିନିଠାକୁର ଗୁଣ୍ଡିଚା ମନ୍ଦିରରୁ ଆଗପଛ ହୋଇ ବାହାରିବା ପରେ ବାଟରେ ଏହି ପୋଡପିଠା ଭୋଗ କରାଯାଇଥାଏ।

ଶ୍ରୀମନ୍ଦିର ପୂର୍ବରୁ ବଡଦାଣ୍ଡ ଉପରେ ରହିଛି ଏକ ଛୋଟିଆ ମନ୍ଦିର ଯାହାର ନାମ ହେଉଛି ମାଉସୀମା ମନ୍ଦିର। ପ୍ରତି ବର୍ଷ ଏହି ମନ୍ଦିରର ପୂଜକ ବାହୁଡା ଦିନ ତିନି ଠାକୁରଙ୍କ ପାଇଁ ଓଡିଆ ଘରର ସୁସ୍ବାଦୁ ପୋଡପିଠା ପ୍ରସ୍ତୁତ କରି ଭୋଗ କରିଥାନ୍ତି। ଏହା ହେଉଛି ମାଉସୀ ଆଉ ପୁତୁରା ଝିଆରିଙ୍କ ମଧ୍ୟରେ ଥିବା ଅନାବିଳ ସଂପର୍କରେ ଏକ ପୌରାଣିକ ନିଦର୍ଶନ।

Share This Article