ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

Odisha Hot News
1 Min Read

ଭୁବନେଶ୍ଵର: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ଆଜି ବିଭାଗ ଅଧିନସ୍ଥ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଉକ୍ତ ସମୀକ୍ଷା ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତି ଥିଲେ।

ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର କାର୍ଯ୍ୟଧାରା ସମ୍ବନ୍ଧରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। #ବିକାଶିତଓଡ଼ିଶା ଲକ୍ଷ୍ୟ ହାସଲ ନିମନ୍ତେ ଗ୍ରାୟ ଉନ୍ନୟନ ବିଭାଗର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଏଥିପାଇଁ ବିଭାଗ ଅଧିନସ୍ଥ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହିତ ନୂତନ ପ୍ରକଳ୍ପ ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଶ୍ରୀ ନାୟକ ନିର୍ଦ୍ଦେଶ ଦେଇଥିଲେ।

Share This Article