ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Odisha Hot News
1 Min Read

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏବଂ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଭେଟି ବିଭାଗୀୟ କାର୍ଯ୍ୟାବଳୀ ବିଷୟରେ ସୂଚନା ପ୍ରଦାନ କରିଥିଲେ।

ଆଲୋଚନାରେ ବିଭାଗରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ ପାଇଁ ନିଆଯାଉଥିବା ପଦକ୍ଷେପ, ବଜେଟ ବ୍ୟବସ୍ଥା, ଜିଲ୍ଲା ସ୍ତରୀୟ କାର୍ଯ୍ୟଳୟ କୁ ଅଧିକ ସୁଦୃଢ କରିବା, ସାମାଜିକ ଗଣମାଧ୍ୟମ, ତଥା ଅନ୍ୟାନ୍ୟ ଗୁରୁତ୍ଵ ପୂର୍ଣ୍ଣ ବିଷୟ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।

ଲୋକଙ୍କ ସରକାର ଓ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଥିବା ନୂଆ ସରକାରରେ ସରକାରଙ୍କ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ଓ କଲ୍ୟାଣକାରୀ ଯୋଜନା ଗୁଡିକ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ଵ ଦେବାସହ ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ସେ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ଖାଲି ପଡ଼ିଥିବା ପଦବୀ ଗୁଡ଼ିକ ଶୀଘ୍ର ପୂରଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଆରୋପ କରିଥିଲେ।

ବୈଠକରେ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁରବିର ସିଂ, ଅର୍ଥ ପରାମର୍ଶ ଦାତା ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Share This Article