ବିଦ୍ୟୁତ୍ ଆଘାତରେ ଗୃହ ପାଳିତ ପଶୁଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Odisha Hot News
1 Min Read

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ତୁଳସୀଡିଆ ଗାଁ ରେ ଆଜି ସକାଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୬ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଟି ଗାଈ, ୨ଟି ବାଛୁରୀ ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି।

ଏହି ଘଟଣାରେ ଗୋ ସମ୍ପଦର ମାଲିକ ମାନଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଟି.ପି.ସି.ଓ.ଡି.ଏଲ କୁ ସହାୟତା ଦେବାକୁ ଆଦେଶ ଦେଇଛନ୍ତି।

ଓ. ଇ.ଆର୍.ସି ର ନିୟମ ଅନୁଯାୟୀ ଏହି ପ୍ରାଣୀ ମାନଙ୍କ ମାଲିକ ମାନଙ୍କୁ କ୍ଷତିପୂରଣ ମିଳିବା ଆବଶ୍ୟକ। ଏହି ନିୟମ ଅନୁଯାୟୀ, ଗାଈ ମାଲିକଙ୍କୁ ୩୦ ହଜାର, ବଳଦ ମାଲିକଙ୍କୁ ୨୫ ହଜାର ଓ ବାଛୁରୀ ମାଲିକଙ୍କୁ ୧୬ ହଜାର ଟଙ୍କା ସହାୟତା ମିଳିବା ଆବଶ୍ୟକ।

ଏହି ୬ ଟି ପ୍ରାଣୀଙ୍କ ୬ ଜଣ ମାଲିକ ସମୁଦାୟ ୧,୪୭,୦୦୦ ଟଙ୍କା ସହାୟତା ପାଇବେ।

Share This Article