ଆଜି ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

Odisha Hot News
1 Min Read

ଭୁବନେଶ୍ବର: ଆଜି ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡା। ଓଡିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଶପଥ ନେବା ପରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ଦିଲ୍ଲୀ ଗସ୍ତ। ଏହି ଗସ୍ତ ସମୟରେ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

ଏଥିସହିତ ଏମାନେ ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ମଧ୍ୟ ସାକ୍ଷାତ କରିବେ। ବିଜେପି ସରକାର ଶପଥ ନେବା ସମୟରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ପ୍ରମୁଖ ଯୋଗ ଦେଇଥିଲେ। ସେମାନେ ସମସ୍ତେ ନବ ନିଯୁକ୍ତ ମନ୍ତ୍ରୀମାନଙ୍କୁ ସ୍ବାଗତ କରିଥିଲେ। ବର୍ତ୍ତମାନ ମନ୍ତ୍ରୀମଣ୍ଡଳ ତରଫରୁ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିବେ ବୋଲି ଜଣାପଡିଛି।

Share This Article