ଲଦାଖରେ ସେନା ଟ୍ୟାଙ୍କ ବୁଡି ଯୋଗୁଁ ୫ ଜଣ ଯବାନଙ୍କ ଶହୀଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Odisha Hot News
1 Min Read

ଭୁବନେଶ୍ୱର: ଗତ ରାତିରେ ଲଦାଖରେ ଯୁଦ୍ଧ ଅଭ୍ୟାସ ଚାଲିଥିବା ବେଳେ ଏକ ନଦୀରେ ସେନା ଟ୍ୟାଙ୍କ ଭାସିଯିବା ରୁ ସେନାର ପାଞ୍ଚ ଜଣ ଯବାନଙ୍କ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର ସୁରକ୍ଷା ପାଇଁ ପ୍ରତିରକ୍ଷା ବାହିନୀ ସର୍ବଦା ପ୍ରସ୍ତୁତି ଅଭ୍ୟାସ କରିଥାଏ।

ସହିଦ ଯବାନ ମାନଙ୍କ ବଳିଦାନ ଦେଶର ପ୍ରତିରକ୍ଷା କ୍ଷେତ୍ରରେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ। ଦେଶବାସୀ ସେମାନଙ୍କ ବଳିଦାନକୁ କେବେ ଭୁଲିବେ ନାହିଁ।

ମୁଖ୍ୟମନ୍ତ୍ରୀ ସହିଦ୍ ଯବାନଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Share This Article