ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗ ଦେବେ ବରିଷ୍ଠ ଆଇଏଏସ ନିକୁଞ୍ଜ ବିହାରୀ ଧଳ

Odisha Hot News
1 Min Read

ଭୁବନେଶ୍ୱର: ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗ ଦେବେ। ସେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଶ୍ରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି। ଖୁବ ଶିଘ୍ର ସେ ଏହି କାର୍ଯ୍ୟରୁ ଅବ୍ୟାହତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୋଗଦେବେ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କଥା ବୁଝିବା ପାଇଁ ଜଣେ ବରିଷ୍ଠ ଆଇଏଏସଙ୍କୁ ନିଯୁକ୍ତି ଦିଆଯାଇଥାଏ। ସାଧାରଣତଃ ପ୍ରିନସପାଲ ସଚିବ ଏହି ପଦବୀରେ କାର୍ଯ୍ୟ କରିଥାନ୍ତି। ବର୍ତ୍ତମାନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏହି ଦାୟିତ୍ବରେ ରହିବେ। ତେବେ ଏହି ପଦବୀ ଦୀର୍ଘ ବର୍ଷ ଧରି ଖାଲି ପଡିଥିଲା। ପୂର୍ବ ସରକାରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଭି କେ ପାଣ୍ଡିଆନଙ୍କ ନିୟନ୍ତ୍ରଣରେ ଥିବାରୁ କାହାକୁ ଏହି ପଦବୀରେ ନିଯୁକ୍ତି ଦିଆଯାଇ ନ ଥିଲା।

Share This Article