ଆସନ୍ତା ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ

Odisha Hot News
1 Min Read

ଭୁବନେଶ୍ଵର: ଆସନ୍ତା ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହାର ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ସୂଚନା ଅନୁସାରେ ରାଷ୍ଟ୍ରପତି ଜୁଲାଇ ୬ ତାରିଖ ସଂଧ୍ୟାରେ ଜୟଦେବ ଭବନଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୯୬ ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୭ ତାରିଖର ପୁରୀ ଗସ୍ତ କରି ଅପରାହ୍ନରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦର୍ଶନ କରିବେ। ୮ ତାରିଖ ପ୍ରତ୍ୟୁଷରେ ମାନ୍ୟବର ରାଷ୍ଟ୍ରପତିଙ୍କର ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ୱାକ୍ କାର୍ଯ୍ୟକ୍ରମ ରହିଛି।

ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ପୂର୍ବାହ୍ନରେ ଖଣ୍ଡଗିରି ଏବଂ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ସହ ବିଭୂତି କାନୁନଗୋ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫ୍ଟସର ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ। ସେଦିନ ଅପରାହ୍ଣରେ ସେ ଭୁବନେଶ୍ୱର ମେଣ୍ଢାଶାଳ ହରିଡାମଡ଼ା ସ୍ଥିତ ଡିଭାଇନ୍‌ ରିଟ୍ରିଟ୍‌ ସେଣ୍ଟରରେ ଏକ କାର୍ଯ୍ୟକ୍ରମରେ ଯୋଗଦାନ କରିବେ।

୯ ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ସ୍ନାତକ ସମାରୋହ ଉତ୍ସବରେ ଯୋଗଦାନ କରି ଅପରାହ୍ନରେ ରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

Share This Article