ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Odisha Hot News
1 Min Read

ଭୁବନେଶ୍ଵର: ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଲକାନଗିରିର ବିକାଶ ରେ ବିଧାୟକ ଭାବେ ଆଦିତ୍ୟ ମାଢ଼ି ଙ୍କ ବଳିଷ୍ଠ ଯୋଗଦାନ ରହିଥିଲା। ଏଥିସହିତ ମାଲକାନଗିରି ଜିଲ୍ଲାରେ ଦଳକୁ ମଜବୁତ୍ କରିବା ରେ ମଧ୍ୟ ସେ ପ୍ରମୁଖ ଭୂମିକା ତୁଲାଇଥିଲେ। ଜଣେ ଲୋକପ୍ରିୟ ରାଜନେତା ଭାବେ ଜିଲ୍ଲାବାସୀଙ୍କ ନିକଟ ରେ ସେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବେ।

ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସଂତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

Share This Article