ରଥଯାତ୍ରା ପୂର୍ବରୁ ବଡଦାଣ୍ଡରେ ଝାଡୁ ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Odisha Hot News
1 Min Read

ଭୁବନେଶ୍ବର: ଆସନ୍ତାକାଲି ହେଉଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏହି ଉପଲକ୍ଷେ ପୁରୀରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହେବାରେ ଲାଗିଛି। ତେବେ ରଥଯାତ୍ରା ପୂର୍ବରୁ ବଡ ଦାଣ୍ଡକୁ ସଫାସୁତୁରା ରଖିବା ପାଇଁ ଖୋଦ ମୁଖ୍ୟମନ୍ତ୍ରୀ ମୋହନ ମାଝି ଆଗେଇ ଆସିଛନ୍ତି। ଆଜି ସକାଳୁ ସେ ଏବଂ ତାଙ୍କ ମନ୍ତ୍ରୀଗଣଙ୍କ ସହିତ ମିଶି ଶରଧାବାଲିରେ ଝାଡୁ ମାରି ସଫା କରିଛନ୍ତି।

ଏହି ସମୟରେ ଦୁଇ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତି ପରିଡା ମଧ୍ୟ ହାତରେ ଝାଡୁ ଧରି ସଫେଇ କାର୍ଯ୍ୟରେ ନିଜକୁ ନିୟୋଜିତ ରଖିଥିଲେ। ଏଥିସହିତ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ସାଂସଦ ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ବ୍ରହ୍ମଗିରି ବିଧାୟିକା ଉପସନା ମହାପାତ୍ର ଏବଂ ପୁରୀର ପୂର୍ବତନ ବିଧାୟକ ଜୟନ୍ତ ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।

Share This Article