ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କ ଅକାଳ ବିୟୋଗରେ ଦୁଃଖ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

Odisha Hot News
1 Min Read

ଭୁବନେଶ୍ଵର: ଗୀତ ଗାଉଗାଉ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ ଟଳି ପଡିଥିଲେ। ତାଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ଅତିରିକ୍ତ ଜିଲ୍ଲାପାଳଙ୍କ ଅକାଳ ବିୟୋଗ ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଠାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପର୍ଯ୍ୟନ୍ତ ସମସ୍ତେ ଦୁଃଖ ପ୍ରକାଶ କରିଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଗଜପତି ଜିଲ୍ଲାର କାର୍ଯ୍ୟରତ ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସଙ୍କ ଆକସ୍ମିକ ବିୟୋଗ ଖବର ଦୁଃଖଦାୟକ। ଜଣେ ଦକ୍ଷ ଓ କର୍ମଠ ଅଧିକାରୀ ଭାବେ ସାଧାରଣ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ତାଙ୍କର ନିଷ୍ଠାପର କାର୍ଯ୍ୟ ସର୍ବଦା ପ୍ରେରଣାଦାୟୀ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

Share This Article